ରାଜ୍ୟରେ ୩,୦୨୫ କରୋନା ପଜିଟିଭ ଚିହ୍ନଟ: ମୃତ୍ୟୁସଂଖ୍ୟା ୫୦୦ ଟପିଲା

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଆଉ ୩,୦୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୧,୮୪୪ଜଣ ଓ ସ୍ଥାନୀୟ ସଂକ୍ରମଣ ୧,୧୮୧ ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୬ହଜାର ୫୬୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୩୦ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୩,୦୨୫ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୬୬୬, କଟକରୁ ୩୧୨, ମୟୁରଭଞ୍ଜରୁ ୨୧୫, ଗଞ୍ଜାମରୁ ୨୦୭, କୋରାପୁଟରୁ ୧୩୯, ପୁରୀରୁ ୧୩୬ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨୮ ଜଣ ରହିଛନ୍ତି।

ଅନ୍ୟପଟେ କରୋନା ଯୋଗୁ ୧୧ଜଣଙ୍କର ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ଖୋର୍ଦ୍ଧା, ମୟୁରଭଞ୍ଜ ଓ ପୁରୀରୁ ୨ଜଣ ଲେଖାଏଁ, କଟକ, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ ଓ ରାୟଗଡ଼ାରୁ ଜଣେ ଲେଖାଏଁ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୦୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୮ଲକ୍ଷ ୩୯ ହଜାର ୮୫୪ ଜଣଙ୍କ କରୋନା ଟେଷ୍ଟ ହୋଇଥିବାବେଳେ ୧ଲକ୍ଷ ୬ହଜାର ୫୬୧ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ସେଥିମଧ୍ୟରୁ ୭୭ହଜାର ୨୮୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୫୦୩ ଜଣଙ୍କର ମୃତ୍ୟୁ ଘଟିଛି। ଆଉ ୨୮ ହଜାର ୭୧୯ ଜଣ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।