ରାଜ୍ୟରେ ଆଜି ସର୍ବାଧିକ ୩୦୩ ସୁସ୍ଥ: ସଂଖ୍ୟା ୭ ହଜାର ଟପିଲା

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଆଜି ଆଉ ୩୦୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ସୁସ୍ଥଙ୍କସଂଖ୍ୟା ସଂଖ୍ୟା ୭ହଜାର ୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସୁସ୍ଥ ହୋଇଥିବା ୩୦୩ ଜଣଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୧୨୦, ଯାଜପୁରରୁ ୪୬, ଖୋର୍ଦ୍ଧାରୁ ୨୮, କଟକରୁ ୨୧, କେଉଁଝରରୁ ୧୬, ନୟାଗଡ଼ରୁ ୧୪, ନବରଙ୍ଗପୁରରୁ ୯, ପୁରୀରୁ ୭, ବରଗଡ଼ ଜିଲ୍ଲାରୁ ୬ଜଣ ରହିଛନ୍ତି। ସେହିପରି ଝାରସୁଗୁଡ଼ା, ମୟୁରଭଞ୍ଜ ଓ ଢେଙ୍କାନାଳରୁ ୫ ଲେଖାଏଁ, ଅନୁଗୁଳ ଓ ନୂଆପଡ଼ାରୁ ୪ ଲେଖାଏଁ, ବାଲେଶ୍ୱର, କେନ୍ଦ୍ରାପଡ଼ା ଓ ସମ୍ବଲପୁରରୁ ୩ ଲେଖାଏଁ, ବଲାଙ୍ଗିର, ଜଗତସିଂହପୁର, କୋରାପୁଟ ଓ ବଲାଙ୍ଗିର ଜିଲ୍ଲାରୁ ଜଣେ ଲେଖାଏଁ ଆରୋଗ୍ୟ ଲାଭ କରିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ୬୨୪କୁ ବୃଦ୍ଧି ପାଇଥିବାବେଳେ ୭,୦୦୬ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୪୮ଜଣଙ୍କର ମୃତ୍ୟୁ ଘଟିଛି ଓ ୩,୫୬୮ଜଣ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।