ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୦୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ହାର କମିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୩୦୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୩୧ ଜଣ ସ୍ଥାନୀୟ ସଂକ୍ରମିତ ଓ ୧୭୨ ଜଣ ସଂଗରୋଧରୁ ଚିହ୍ନଟ ହୋଇଛନ୍ତି।

ଏହି ମଧ୍ୟରେ କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬୮ ଲକ୍ଷ ୨୭ ହଜାର ୧୭୭ଟି କରୋନା ପରୀକ୍ଷା କରାଯାଇଥିବା ବେଳେ ସେଥିରୁ ୩ ଲକ୍ଷ ୨୮ ହଜାର ୫୦୪ଟି ପଜିଟିଭ ଚିହ୍ନଟ ହୋଇଛି। ସେଥିରୁ ୩ ଲକ୍ଷ ୨୩ ହଜାର ୭୪୯ ଜଣ ସୁସ୍ଥ ହୋଇସାରିଥିବା ବେଳେ ୨ ହଜାର ୮୪୧ ଜଣ ଚିକିତ୍ସାଧୀନ ଅଛନ୍ତି।