ରାଜ୍ୟରେ ଦିନକରେ ଆଉ ୩୦୩୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ବର୍ତ୍ତମାନ କରୋନା ସଂକ୍ରମଣ ଗ୍ରାଫ୍ ତଳ ମୁହାଁ ହେଉଛି। ସୂଚନା ଅନୁସାରେ ଗତ ୨୪ ଘଣ୍ଟରେ ରାଜ୍ୟରେ ୩୦୩୧ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହି ସଂକ୍ରମଣ ମଧ୍ୟରେ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୭୩୮ ଜଣ ରହିଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୨୯୩ ଜଣ ଚିହ୍ନଟ ହୋଇଛନ୍ତି। ଏହି ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୩୮୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୁଳରୁ ୧୨୧, ବାଲେଶ୍ୱରରୁ ୨୯୦, ବରଗଡ଼ରୁ ୩୯, ଭଦ୍ରକରୁ ୧୩୫, ବଲାଙ୍ଗିରରୁ ୩୦, ବୌଦ୍ଧରୁ ୪୦, କଟକରୁ ୨୯୫, ଦେବଗଡ଼ରୁ ୧୧, ଢ଼େଙ୍କାନାଳରୁ ୯୦, ଗଜପତିରୁ ୨୫, ଗଞ୍ଜାମରୁ ୨୬, ଜଗତସିଂହପୁରରୁ ୧୦୭, ଯାଜପୁରରୁ ୨୨୬, ଝାରସୁଗୁଡ଼ାରୁ ୧୭, କଳାହାଣ୍ଡିରୁ ୩୯, କନ୍ଧମାଳରୁ ୩୮, କେନ୍ଦ୍ରାପଡ଼ାରୁ ୧୧୮, କେନ୍ଦୁଝରରୁ ୬୮, କୋରାପୁଟରୁ ୬୮, ମାଲକାନଗିରିରୁ ୪୩, ମୟୂରଭଞ୍ଜରୁ ୧୬୭, ନବରଙ୍ଗପୁରରୁ ୬୩, ନୟାଗଡ଼ରୁ ୧୪୦, ନୂଆପଡ଼ାରୁ ୨୦, ପୁରୀରୁ ୧୮୦, ରାୟଗଡ଼ାରୁ ୪୪, ସମ୍ବଲପୁରରୁ ୩୦, ସୋନପୁରରୁ ୨୨, ସୁନ୍ଦରଗଡ଼ରୁ ୮୦ ଏବଂ ଷ୍ଟେଟ ପୁଲରୁ ୭୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏଥିସହିତ ରାଜ୍ୟରେ ମୋଟ ସଂକ୍ରମଣ ସଂଖ୍ୟା ୮ ଲକ୍ଷ ୮୦ ହଜାର ୫୩୩ରେ ପହଞ୍ଚିଛି। ସେଥିରୁ ୮ ଲକ୍ଷ ୪୦ ହଜାର ୨୧୪ ଜଣ ସୁସ୍ଥ ହୋଇସାରିଥିବା ବେଳେ ୩୬ ହଜାର ୬୩୩ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି।