ଭୁବନେଶ୍ୱର,ଏନ୍ଏନ୍ଏସ୍ : ରାଜ୍ୟ ପାଇଁ ଆଶ୍ୱସ୍ତି। ଏକାବେଳେ ୩୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ଜଣାପଡ଼ିଛି। ଏହି ୩୧ଜଣ ଯାଜପୁର ଜିଲ୍ଲାର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ଜିଲ୍ଲାରେ ସୁସ୍ଥ ହେଲେ ୩୩ଜଣ। ଅନ୍ୟ ୩୧ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ରାଜ୍ୟରେ ମୋଟ୍ ୧୧୬ଜଣ ସୁସ୍ଥ ହେଲେଣି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଆଜି ସକାଳେ ରାଜ୍ୟରେ ୨୩ଜଣ କରୋନା ରୋଗୀ ଚିହ୍ନଟ ହୋଇଥିଲେ। ବର୍ତ୍ତମାନ ରାଜ୍ୟରେ ଫେରୁଥିବା ପ୍ରବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଏ ନେଇ ରାଜ୍ୟ ସରକାର ଚିନ୍ତାରେ ପଡ଼ିଯାଇଛନ୍ତି। ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୩୭ ଥିବାବେଳେ ସେଥିମଧ୍ୟରୁ ୧୧୬ଜଣ ସୁସ୍ଥ ହୋଇଛନ୍ତି ଅନ୍ୟ ୩୨୧ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।