ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ଆଜି ପୁଣି ୩୧ ଜଣ କରୋନା ପଜିଟିଭ ଚିହ୍ନଟ ହେବାପରେ ମୋଟ୍ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୬ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ୩୧ ଜଣ ଆକ୍ରାନ୍ତଙ୍କ ମଧ୍ୟରେ ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳରୁ ୩ ଜଣ, ଝବେଲପାହାଡ଼ ପୌରପରିଷଦ ଅଞ୍ଚଳରୁ ଜଣେ, ବ୍ରଜରାଜନଗର ପୌରପରିଷଦ ଅଞ୍ଚଳରୁ ୯ ଜଣ, ଝାରାସୁଗୁଡା ବ୍ଲକରୁ ୨ଜଣ, ଲଖନପୁର ବ୍ଲକରୁ ଜଣେ ଓ ଜିଲ୍ଲା ବାହାର ହସ୍ପିଟାଲରେ ୧୫ଜଣ ଆକ୍ରାନ୍ତ ରହିଛନ୍ତି। ଝାରସୁଗୁଡାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଗୃହ ସଙ୍ଗରୋଧରେ ଥିବାବେଳେ ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ସୂଚନା ଦେଇଛି। ପ୍ରକାଶ ଯୋଗ୍ୟ ଯେ, ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ୬ ଶହ ୪୦ରେ ପହଞ୍ଚିଥିବାବେଳେ ୭ ହଜାର ୯ଶହ ୭୪ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୬ ଜଣ ସକ୍ରିୟ କରୋନା ଆକ୍ରାନ୍ତ ରହିଛନ୍ତି। ତେବେ ବର୍ତ୍ତମାନ ଯାଏଁ ଜିଲ୍ଲାରେ ୫୧ ହଜାର ୧ଶହ ଜଣଙ୍କୁ କରୋନା ଟିକା ପ୍ରଦାନ କରାଯାଇଥିବାବେଳେ ୨୬ ଜଣ କରୋନାରେ ପ୍ରାଣ ହରାଇଛନ୍ତି।