ରାଜଧାନୀରେ ୩୧୬ କରୋନା ଆକ୍ରାନ୍ତ ଚିହ୍ନଟ: ୩୨୬ ସୁସ୍ଥ ରାଜ୍ୟ By Nitidin On Oct 9, 2020 Share ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରେ ୩୧୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୮୪ ଜଣ ଓ ସ୍ଥାନୀୟ ସଂକ୍ରମଣ ୨୩୨ଜଣ ରହିଛନ୍ତି। ଅନ୍ୟପଟେ ୨୩୨ ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ହଜାର ୮୫୩ ହୋଇଥିବାବେଳେ ୨୧ ହଜାର ୨୧୪ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୧୧୧ ଜଣଙ୍କର ମୃତ୍ୟୁ ଘଟିଛି ଓ ୩,୫୦୭ ଜଣ ଚିକିତ୍ସିତ ହେଉଛନ୍ତି। Share