ଆଜି ଭୁବନେଶ୍ୱରରୁ ୩୧୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୩୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩୩୨କୁ ବୃଦ୍ଧି ପାଇଛି। ଏଥି ମଧ୍ୟରୁ ୪୩୮୯ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ୩୩ ଜଣଙ୍କର ମୃତ୍ୟୁ ହୋଇଛି। ୨୯୦୧ଟି ଆକ୍ଟିଭ କେସ ରହିଛି।

ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି। ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ୨୦୬ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୧୧୧ ଜଣ ସ୍ଥାନୀୟ ବ୍ୟକ୍ତି ରହିଛନ୍ତି। ସେହିପରି ଭୁବନେଶ୍ୱରରୁ ୧୭୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।