ଆଜି ଭୁବନେଶ୍ୱରରୁ ନୂଆ ୩୨କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ଭୁବନେଶ୍ୱରରୁ ନୂଆ ୩୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧ କେନ୍ଦ୍ରରୁ ୧୪ଜଣ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ୧୮ଜଣ ରହିଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ଭୁବନେଶ୍ୱରରେ ଏଯାବତ ୫୫୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୩୦୨ଜଣ ସୁସ୍ଥ ହୋଇଥିବା ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।