ରାଜଧାନୀରୁ ୩୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରୁ ଆଜି ୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ବ୍ୟକ୍ତି ୨୨ ଜଣ ରହିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷର ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି।

ଆଜି ସୁଦ୍ଧା ଭୁବନେଶ୍ୱରରେ ୩୦୭୨୩ଜଣ କରୋନା ଆକ୍ରାନ୍ତ ହୋଇଥିବାବେଳେ ୩୦୦୨୭ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫୬ଜଣ ଚିକିତ୍ସାଧୀନ ରହିଛନ୍ତି। ୨୧୯ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।