ଦେଶରେ ଆଉ ୩୨,୦୮୦ କରୋନା ପଜିଟିଭ ଚିହ୍ନଟ; ୪୦୨ ମୃତ

ନୂଆଦିଲ୍ଲୀ,ଏଜେନ୍ସି: ଗତକାଲି ଚିହ୍ନଟ ଆକ୍ରାନ୍ତଙ୍କ ତୁଳନାରେ ଆଜି ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଦେଶରେ ୨୪ ଘଣ୍ଟାରେ ୩୨,୦୮୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ଚିକିତ୍ସାଧୀନ ଅବସ୍ଥାରେ ୪୦୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଫଳରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୧ ହଜାର ୩୬୦ରେ ପହଞ୍ଚିଛି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭ ଲକ୍ଷ ୩୫ ହଜାର ୮୫୦କୁ ବୃଦ୍ଧି ପାଇଛି। ୩ ଲକ୍ଷ ୭୮ ହଜାର ୯୦୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବାବେଳେ ୯୨ ଲକ୍ଷ ୧୫ ହଜାର ୫୮୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।