ରାଜ୍ୟରୁ ୩୨୫ ନୂଆ ରୋଗୀ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଗତକାଲି ରାଜ୍ୟରେ କରୋନା ମିଟର ୩ ଶହ ତଳକୁ ଖସିଆସିଥିବା ବେଳେ ପୁଣି ସଂକ୍ରମଣ ୩ ଶହ ଅତିକ୍ରମ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୩୨୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୬ ଜିଲ୍ଲାରୁ କେହିବି ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି। ତେବେ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୧୮୭ ଜଣ କ୍ୱାରେନ୍‌ଟାଇନ ସେଣ୍ଟରରୁ ହୋଇଥିବାବେଳେ ୧୩୮ ଜଣ ଲୋକାଲରୁ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସୁଚନା ଦିଆଯାଇଛି।

ଆଜିର ନୂଆ ତାଲିକା ଅନୁଯାୟୀ, ଖୋର୍ଦ୍ଧାରେ ସବୁଠାରୁ ଅଧିକ ୩୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ବୌଦ୍ଧ, ଗଜପତି, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ କନ୍ଧମାଳରୁ କେହି ଜଣେ ବି ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।। ଏଥିସହିତ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩,୨୭,୮୬୭ରେ ପହଞ୍ଚିଛି। ସେହିପରି ୩,୨୨,୯୭୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଛନ୍ତି ଓ ୨,୯୮୯ ଜଣ ସକ୍ରିୟ ଅଛନ୍ତି।