ରାଜ୍ୟରେ ୩,୨୫୨ କରୋନା ପଜିଟିଭ ଚିହ୍ନଟ: ସର୍ବାଧିକ ୧୪ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଉ ୩,୨୫୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୧୯୮୭ ଜଣ ଓ ସ୍ଥାନୀୟ ସଂକ୍ରମଣ ୧୨୬୫ ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭ ହଜାର ୯୨୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୭୬୨, ରାୟଗଡ଼ାରୁ ୪୫୦, କଟକରୁ ୩୨୩, ଗଞ୍ଜାମରୁ ୧୬୯, ବରଗଡ଼ରୁ ୧୪୬, ପୁରୀରୁ ୧୩୫, ମୟୁରଭଞ୍ଜରୁ ୧୨୩, ନୟାଗଡ଼ରୁ ୧୨୦, ଢେଙ୍କାନାଳ ଓ ସୁନ୍ଦରଗୁଡ଼ରୁ ୯୪ ଲେଖାଏଁ, ବାଲେଶ୍ୱରରୁ ୭୮, କେନ୍ଦ୍ରାପଡ଼ାରୁ ୭୭, ଭଦ୍ରକ ଜିଲ୍ଲାରୁ ୭୬ଜଣ ରହିଛନ୍ତି।

ଅନ୍ୟପଟେ ଆଜି କରୋନା ଯୋଗୁ ସର୍ବାଧିକ ୧୪ଜଣଙ୍କର ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ବାଲେଶ୍ୱର, କଟକ ଓ ଜଗତସିଂହପୁରରୁ ୨ ଲେଖାଏଁ, ବରଗଡ଼, ଯାଜପୁର, ପୁରୀ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ରହିଛନ୍ତି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୪୭୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଜାରି କରାଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୬ଲକ୍ଷ ୭୦ହଜାର ୯୧୦ ଜଣଙ୍କ କରୋନା ଟେଷ୍ଟ ହୋଇଥିବାବେଳେ ୯୭ ହଜାର ୯୨୦ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ସେଥିମଧ୍ୟରୁ ୬୭ ହଜାର ୮୨୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୪୭୦ ଜଣଙ୍କର ମୃତ୍ୟୁ ଘଟିଛି। ଆଉ ୨୯ ହଜାର ୫୭୧ ଜଣ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।