ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଆଉ ୩,୨୬୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୧୬ ହଜାର ୬୭୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ୩୦ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୧,୯୬୧ଜଣ ଓ ସ୍ଥାନୀୟ ସଂକ୍ରମଣ ୧,୩୦୬ଜଣ ରହିଛନ୍ତି। ସେଥିମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୮୫୯, କଟକରୁ ୩୮୪, ପୁରୀରୁ ୨୩୫, ରାୟଗଡ଼ାରୁ ୧୬୯, ଭଦ୍ରକରୁ ୧୩୮, ମୟୁରଭଞ୍ଜରୁ ୧୩୪, ସୁନ୍ଦରଗଡ଼ରୁ ୧୨୭ ଓ କେଉଁଝରରୁ ୧୦୭ ଜଣ ରହିଛନ୍ତି।
ଅନ୍ୟପଟେ କରୋନା ଯୋଗୁ ୯ଜଣଙ୍କର ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ବଲାଙ୍ଗିର, କଟକ, ଗଞ୍ଜାମ ଓ ଖୋର୍ଦ୍ଧାରୁ ୨ ଲେଖାଏଁ, ରାୟଗଡ଼ାରୁ ଜଣେ ରହିଛନ୍ତି। ଫଳରେ ମୋଟ ମୃତକଙ୍କ ସଂଖ୍ୟା ୫୩୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୧୯ଲକ୍ଷ ୯୭ ହଜାର ୩୪୫ କରୋନା ଟେଷ୍ଟ ହୋଇଥିବାବେଳେ ୧ଲକ୍ଷ ୧୬ ହଜାର ୬୭୮ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ସେଥିମଧ୍ୟରୁ ୮୭ ହଜାର ୩୫୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୫୩୧ ଜଣଙ୍କର ମୃତ୍ୟୁ ଘଟିଛି । ଆଉ ୨୮ ହଜାର ୭୪୩ ଜଣ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।