ଆଜି ଦେଶରେ ମୋଟ ୩୨,୬୯୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୬୦୬ ମୃତ

ନୂଆଦିଲ୍ଲୀ,ଏଜେନ୍ସି: ଆଜି ଦେଶରେ ପୁଣିଥରେ କରୋନା ରେକର୍ଡ କରିଛି। ଦେଶରେ ସର୍ବାଧିକ ୩୨ ହଜାର ୬୯୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୯ ଲକ୍ଷ ୬୮ ହଜାର ୮୭୬ରେ ପହଞ୍ଚିଛି। ସେହିପରି ଦେଶରେ ଗତ ୨୪ ଘଣ୍ଟାରେ ୬୦୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୨୪ ହଜାର ୯୧୫ରେ ପହଞ୍ଚିଛି।

ତେବେ ଏହି ଆକ୍ରାନ୍ତମାନଙ୍କ ମଧ୍ୟରୁ ୬ ଲକ୍ଷ ୧୨ ହଜାର ୮୧୫ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୩ ଲକ୍ଷ ୩୧ ହଜାର ୧୪୬ ଜଣ ଦେଶର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।