ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ୩୨୯ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୯୧ଜଣ ଓ ସ୍ଥାନୀୟ ସଂକ୍ରମଣ ୨୩୮ଜଣ ରହିଛନ୍ତି। ଅନ୍ୟପଟେ ୯୩୩ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୪ହଜାର ୪୪୭ ହୋଇଥିବାବେଳେ ୭୯ହଜାର ୯୮୨ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୩୮୧ ଜଣଙ୍କର ମୃତ୍ୟୁ ଘଟିଛି ଓ ୪,୦୬୩ଜଣ ଚିକିତ୍ସିତ ହେଉଛନ୍ତି।