ରାଜଧାନୀରେ ୩୨୯ କରୋନାରେ ସଂକ୍ରମିତ: ୩୪୧ ସୁସ୍ଥ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ୩୨୯ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୦ ଜଣ ଓ ସ୍ଥାନୀୟ ସଂକ୍ରମଣ ୩୪୧ ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨ ହଜାର ୮୭୬କୁ ବୃଦ୍ଧି ପାଇଛି। ଅନ୍ୟପଟେ ୩୪୧ ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜଧାନୀ ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨ ହଜାର ୮୭୬କୁ ବୃଦ୍ଧି ପାଇଥିବାବେଳେ ୧୯ ହଜାର ୨୫୫ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧୦୦ ଜଣଙ୍କର ମୃତ୍ୟୁ ଘଟିଛି ଓ ୩,୫୦୨ ଜଣ ଚିକିତ୍ସିତ ହେଉଛନ୍ତି।