ଭୁବନେଶ୍ୱରରେ ୩୨୯ ନୂଆ କରୋନା ପଜିଟିଭ: ମୃତ୍ୟୁସଂଖ୍ୟା ଶତକ ଛୁଇଁଲା

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ୩୨୯ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୫୮ଜଣ ଓ ସ୍ଥାନୀୟ ସଂକ୍ରମଣ ୨୫୪ଜଣ ରହିଛନ୍ତି। ଅନ୍ୟପଟେ ୩୨୯ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏଥିସହିତ କରୋନା ଜନିତ ମୋଟ ମୃତ୍ୟୁସଂଖ୍ୟା ୧୦୦କୁ ବୃଦ୍ଧି ପାଇଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଆଜିର ୩୨୯ଜଣଙ୍କୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨ହଜାର ୫୪୭ ହୋଇଥିବାବେଳେ ୧୮ ହଜାର ୯୧୪ ଜଣ ସୁସ୍ଥ ହୋଇଛନ୍ତି। ସେଥିମଧ୍ୟରୁ ୧୦୦ ଜଣଙ୍କର ମୃତ୍ୟୁ ଘଟିଛି ଓ ୩ହଜାର ୫୧୪ ଜଣ ଚିକିତ୍ସିତ ହେଉଛନ୍ତି।