ଦେଶରେ ୩୨୯୩ କୋଭିଡ ରୋଗୀ ମୃତ, ୩.୬୦ ଲକ୍ଷରୁ ଅଧିକ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ କୋଭିଡ ସଂକ୍ରମଣ ହୁ ହୁ ହୋଇ ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ୩ ହଜାର ପାର ହୋଇଛି। ଗତ ୨୪ ଘଣ୍ଟାରେ ୩ ଲକ୍ଷ ୬୦ ହଜାର ୯୬୦ ଜଣ କୋଭିଡ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩୨୯୩ ଜଣ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ତଥ୍ୟ ଜାରି ହୋଇଛି।

ଏଥିସହିତ ଦେଶରେ ମୋଟ ସଂକ୍ରମଣ ସଂଖ୍ୟା ୧ କୋଟି ୭୯ ଲକ୍ଷ ୯୭ ହଜାର ୨୬୭ରେ ପହଞ୍ଚିଥିବା ବେଳେ ୨ ଲକ୍ଷ ୧ ହଜାର ୧୮୭ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ଗତ ୨୪ ଘଣ୍ଟାରେ ୨ ଲକ୍ଷ ୬୧ ହଜାର ୧୬୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧ କୋଟି ୪୮ ଲକ୍ଷ ୧୭ ହଜାର ୩୭୧ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ୨୯ ଲକ୍ଷ ୭୮ ହଜାର ୭୦୯ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।