୩୩ ବିଏସଏଫ ଯବାନ କରୋନା ପଜିଟିଭ

ନୂଆଦିଲ୍ଲୀ,ଏଜେନ୍ସି: କରୋନା ସଂକ୍ରମଣ ଦେଶରେ ତାଣ୍ଡବ ରଚିଛି। ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟାରେ ବିଏସଏଫର ୩୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏଥିସହ ବର୍ତ୍ତମାନ ସୁଦ୍ଧା କରୋନାରେ ମୋଟ ୯୪୪ ଜଣ ଯବାନ ଆକ୍ରାନ୍ତ ହୋଇଥିବା ବିଏସଏଫ ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୬୩୭ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୩୦୨ ଜଣ ଚିକିତ୍ସିତ ହେଉଥିବା ବେଳେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି।