୩୦ ଜିଲ୍ଲାରୁ ୩,୩୮୪ କରୋନା ପଜିଟିଭ ଚିହ୍ନଟ: ୭ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଜି ସର୍ବାଧିକ ୩,୩୮୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୨,୧୨୮ଜଣ ଓ ସ୍ଥାନୀୟ ସଂକ୍ରମଣ ୧୨୫୬ ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ହଜାର ୯୮୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୩୦ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୫୮୭, କଟକରୁ ୪୯୨, ସମ୍ବଲପୁରରୁ ୧୮୨, ମୟୁରଭଞ୍ଜ ଓ ଗଞ୍ଜାମରୁ ୧୭୭ ଲେଖାଏଁ, ଯାଜପୁରରୁ ୧୭୬, ବରଗଡ଼ରୁ ୧୫୭, ରାୟଗଡ଼ାରୁ ୧୫୪, ପୁରୀରୁ ୧୨୧ ଓ ବାଲେଶ୍ୱରରୁ ୧୧୯ଜଣ ରହିଛନ୍ତି।

ଅନ୍ୟପଟେ କରୋନା ଯୋଗୁ ୭ ଜଣଙ୍କର ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ସମ୍ବଲପୁରରୁ ସର୍ବାଧିକ ୩ଜଣ ରହିଥିବାବେଳେ ବରଗଡ଼ରୁ ୨ଜଣ, ଭଦ୍ରକ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ରହିଛନ୍ତି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୪୪୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୫ଲକ୍ଷ ୫୩ ହଜାର ୨୫୭ ଜଣଙ୍କ କରୋନା ଟେଷ୍ଟ ହୋଇଥିବାବେଳେ ୯୦ ହଜାର ୯୮୬ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ସେଥିମଧ୍ୟରୁ ୬୨ ହଜାର ୮୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୪୪୮ ଜଣଙ୍କର ମୃତ୍ୟୁ ଘଟିଛି। ଆଉ ୨୭ ହଜାର ୬୭୨ ଜଣ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।