ମାଲକାନଗିରି,ଏନ୍ଏନ୍ଏସ୍: ମାଲକାନଗିରି ଜିଲ୍ଲାରେ ପୁଣି ୩୪ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନ୍ୟପଟେ ଆଜି ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ୫୧ ବର୍ଷୀୟ ବୃଦ୍ଧ ଯିଏକି କରୋନା ବ୍ୟତୀତ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିବା ଜଣାପଡ଼ିଛି।
ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ମାଲକାନଗିରି ପୌର ପରିଷଦ ଅଞ୍ଚଳର ୧୩ ଜଣ, ବାଲିମେଳା ଏନଏସିର ୧୪ ଜଣ, ମାଲକାନଗିରି ବ୍ଲକର ୪ଜଣ ଓ ମାଥିଲି ବ୍ଲକର ୩ଜଣ ରହିଥିବା ନେଇ ଜିଲ୍ଲାପାଳ ମନୀଷ ଅଗ୍ରୱାଲ ଟ୍ୱିଟ କରି ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୩୦ ହୋଇଥିବାବେଳେ ୨୪୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅନ୍ୟପଟେ ଜଣଙ୍କର ମୃତ୍ୟୁ ଘଟିଛି ଓ ୧୮୨ ଜଣ ଚିକିତ୍ସିତ ହେଉଛନ୍ତି।