ଝାରସୁଗୁଡ଼ାରେ ପୁଣି ୩୪ କରୋନା ପଜିିଟିଭ ଚିହ୍ନଟ

ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ପୁଣି ୩୪ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳରୁ ୭ଜଣ, ବେଲପାହାଡ଼ ପୌରପରିଷଦ ଅଞ୍ଚଳରୁ ଜଣେ, ବ୍ରଜରାଜନଗର ପୌରାଞ୍ଚଳରୁ ୬ଜଣ, ଝାରାସୁଗୁଡା ବ୍ଲକରୁ ୩ଜଣ, ଲଖନପୁର ବ୍ଲକରୁ ୧୧ଜଣ, କୋଲାବିରା ଓ କର୍ମିରା ବ୍ଲକ ଅଞ୍ଚଳରୁ ୨ଜଣ ଲେଖାଏଁ ରହିଛନ୍ତି। ଏହି ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଗୃହ ସଙ୍ଗରୋଧରେ ଥିବାବେଳେ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଜିଲ୍ଲାର ଆଉ ୨ଜଣ ବାହାର ଜିଲ୍ଲାରେ ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ସୂଚନାଯୋଗ୍ୟ, ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬,୭୧୦କୁ ବୃଦ୍ଧି ପାଇଥିବା ବେଳେ ୬,୪୮୦ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୩ ଜଣଙ୍କ ଚିକିତ୍ସା ଜାରି ରହିଛି। ଅନ୍ୟପଟେ ଜିଲ୍ଲାରେ ୧୭ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି।