Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ରାଜ୍ୟରେ ପ୍ରତିଷ୍ଠା ହେବ ୩୪ଟି ନୂତନ ଅଦାଲତ, ହାଇକୋର୍ଟର ନିର୍ଦ୍ଦେଶକୁ ଅପେକ୍ଷା… – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ରାଜ୍ୟରେ ପ୍ରତିଷ୍ଠା ହେବ ୩୪ଟି ନୂତନ ଅଦାଲତ, ହାଇକୋର୍ଟର ନିର୍ଦ୍ଦେଶକୁ ଅପେକ୍ଷା…

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟ ସରକାର ବିଭିନ୍ନ ଜିଲ୍ଲାରେ ୩୪ଟି ନୂତନ ଅଦାଲତ ପ୍ରତିଷ୍ଠା ପାଇଁ ସରକାର ସ୍ଥିର କରିଛନ୍ତି ବୋଲି ଆଇନ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି। ଏ ନେଇ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚ କ୍ଷମତାସମ୍ପନ୍ନ କମିଟି ବୈଠକ ଅଦାଲତ ପ୍ରତିଷ୍ଠା ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ଏହା ମାନ୍ୟବର ଉଚ୍ଚ ନ୍ୟାୟାଳୟର ଅନୁମୋଦନ ପାଇବା ପରେ ବିଜ୍ଞପ୍ତି ପ୍ରକାଶ ପାଇବ। କମିଟିରେ ଆଇନ ମନ୍ତ୍ରୀ ପ୍ରତାପ ଜେନା, ଅର୍ଥ ବିଭାଗର ପ୍ରମୁଖ ସଚିବ ବିଶାଳ ଦେବ ଏବଂ ଆଇନ ସଚିବ ପ୍ରତାପ କୁମାର ପାତ୍ର ପ୍ରମୁଖ ରହିଛନ୍ତି।

ଏହି କମିଟି ଗଜପତି ଜିଲ୍ଲାର ପାରଳାଖେମୁଣ୍ଡିଠାରେ ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତ ପ୍ରତିଷ୍ଠା ପାଇଁ ଅନୁମୋଦନ କରିଥିବା ବେଳେ ଅନ୍ୟ ୭ଟି ଜିଲ୍ଲା ଏବଂ ସେସନ କୋର୍ଟ ପ୍ରତିଷ୍ଠାକୁ ମଞ୍ଜୁରି ଦେଇଛନ୍ତି। ଏଥିମଧ୍ୟରେ ଭୁବନେଶ୍ୱରରେ ଦୁଇଟି, ବାଲେଶ୍ୱର ଜିଲ୍ଲାର ସୋର ଓ ଜଳେଶ୍ୱରରେ ଗୋଟିଏ କରି ଯାଜପୁର ଜିଲ୍ଲାର ଚଣ୍ଡିଖୋଲ, କେରାପୁଟ ଏବଂ ଗଜପତି ଜିଲ୍ଲାର ଆର.ଉଦୟଗିରି ଠାରେ ରହିଛି।

ଅନୁରୂପ ଭାବେ ୫ଟି ସିଭିଲ ଜଜ କୋର୍ଟ(ସିନିଅର ଡିଭିଜନ)କୁ ଅନୁମୋଦନ କରାଯାଇଛି। ଏଗୁଡ଼ିକ ନୟାଗଡ଼ ଜିଲ୍ଲାର ରଣପୁର, କଟକ ଜିଲ୍ଲାର ନରସିଂହପୁର ଏବଂ ବଡମ୍ବା, ଗଞ୍ଜାମ ଜିଲ୍ଲାର ସୋରଡ଼ା ଏବଂ ସୋନପୁର ଜିଲ୍ଲାର ରାମପୁରଠାରେ ପ୍ରତିଷ୍ଠା ହେବ। ଏଗାରଟି ସ୍ଥାନରେ ସିଭିଲ ଜଜ କୋର୍ଟ (ଜୁନିଅର ଡିଭିଜନ) ସ୍ଥାପନ ହେବ। ଏଗୁଡ଼ିକ ବଲାଙ୍ଗୀର ଜିଲ୍ଲାର ତୁଷରା, ଢେଙ୍କାନାଳ, ବାଲେଶ୍ୱର ଜିଲ୍ଲାର ସୋର, ସିମୁଳିଆ, ବାହାନାଗା ଏବଂ ଜଳେଶ୍ୱର, ଯାଜପୁର ଜିଲ୍ଲାର ଚଣ୍ଡିଖୋଲ, ଦେବଗଡ଼ ଜିଲ୍ଲାର ବାରକୋଟ, ଜଗତସିଂହପୁର ଜିଲ୍ଲାର ନାଉଗାଁ ଏବଂ କନ୍ଧମାଳ ଜିଲ୍ଲାର କେ.ନୂଆଗାଁ ଏବଂ ଖଜୁରୀପଡ଼ାରେ ପ୍ରତିଷ୍ଠା ହେବ।

ଏଥିସହିତ ମିଟି ମଧ୍ୟ ୧୦ଟି ବାଣିଜ୍ୟିକ ଅଦାଲତ ପ୍ରତିଷ୍ଠା ପାଇଁ ସ୍ଥିର କରିଛନ୍ତି । ଏଗୁଡିକ ମଧ୍ୟରେ କଟକ ସଦର, ଭୁବନେଶ୍ୱର, ପୁରୀରେ ଦୁଇଟି, ବାଲେଶ୍ୱର ସଦର, ବଲାଙ୍ଗୀର ସଦର, କେନ୍ଦ୍ରାପଡ଼ା ସଦର, ଜୟପୁର, ରାଉରକେଲା ଏବଂ ଗୋଟିଏ ଲିଭ୍ ରିଜର୍ଭ ଅଦାଲତ ହେବ।

ବୈଠକରେ ଏହିସବୁ ଅଦାଲତ ପ୍ରତିଷ୍ଠା ପାଇଁ ୨୧.୨୬ କୋଟି ଟଙ୍କାର ବଜେଟକୁ ଅନୁମୋଦନ କରାଯାଇଛି। ଅତିରିକ୍ତ ଜିଲ୍ଲା ଓ ସେସନ ଅଦାଲତ ପାଇଁ ୫.୨୦ କୋଟି ଟଙ୍କା ମଞ୍ଜୁର ହୋଇଥିବାବେଳେ ସିଭିଲ ଜଜ୍ ଅଦାଲତ (ସିନିଅର ଡିଭିଜନ) ପାଇଁ ୩.୬୦କୋଟି, ସିଭିଲ ଜଜ୍ (ଜୁନିଅର ଡିଭିଜନ) ବାଣିଜ୍ୟିକ ଅଦାଲତ ପାଇଁ ୬.୩୦ କୋଟି ଟଙ୍କା ମଞ୍ଜୁର ହୋଇଛି।
ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ଭୁବନେଶ୍ୱର, କଟକ, ସମ୍ବଲପୁର ଏବଂ ବ୍ରହ୍ମପୁର ଠାରେ ୪ଟି ବାଣିଜ୍ୟିକ ଅଦାଲତ ପ୍ରତିଷ୍ଠାକୁ ଅନୁମୋଦନ କରିଥିବାବେଳେ ନୟାଗଡ଼ ଜିଲ୍ଲାର ଓଡଗାଁ ଠାରେ ସିଭିଲ ଜଜ୍ କୋର୍ଟ (ସିନିଅର ଡିଭିଜନ)କୁ ଅନୁମୋଦନ କରାଯାଇଛି। ଓଡ଼ିଶା ହାଇକୋର୍ଟଙ୍କ ଅନୁମୋଦନ ପରେ ମଞ୍ଜୁରି ପାଇଥିବା ଏହି ଅଦାଲତ ପର୍ଯ୍ୟାୟକ୍ରମେ ପ୍ରତିଷ୍ଠା ହେବ ବୋଲି ମନ୍ତ୍ରୀ ଶ୍ରୀ ଜେନା କହିଛନ୍ତି।