ଆଜି ଚିହ୍ନଟ ହେଲେ ୩୪୦୮ ଜଣ କରୋନା ପଜିଟିଭ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ପୁଣିଥରେ ସଂକ୍ରମଣ ଉପରମୁହାଁ ହୋଇପାରେ ବୋଲି ଆଶଙ୍କା କରାଯାଉଛି। ବର୍ତ୍ତମାନ ଟୁଇନସିଟିର କିଛି ଅଞ୍ଚଳରେ ପ୍ରଶାସନ ପକ୍ଷରୁ ସଂକ୍ରମଣ ରୋକିବାକୁ ପଜିଟିଭ ଚିହ୍ନଟ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୩୪୦୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ଜଣାଇଛି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ୧୯୪୩ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୧୪୬୫ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜଣାପଡିଛି।

ଆଜି ଅନୁଗୁଳରୁ ୯୩, ବାଲେଶ୍ୱରରୁ ୨୫୧, ବରଗଡରୁ ୨୪, ଭଦ୍ରକରୁ ୧୬୯, ବାଲାଙ୍ଗିରରୁ ୨୨, ବୌଦ୍ଧରୁ ୨୮, କଟକରୁ ୫୫୩, ଦେବଗଡରୁ ୪, ଢେଙ୍କାନାଳରୁ ୭୩, ଗଜପତିରୁ ୧୪, ଗଞ୍ଜାମରୁ ୧୭, ଜଗତସିଂହପୁରରୁ ୧୦୩, ଯାଜପୁରରୁ ୨୫୮, ଝାରସୁଗୁଡାରୁ ୧୯, କଳାହାଣ୍ଡିରୁ ୧୫, କନ୍ଧମାଳରୁ ୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସେହିପରି କେନ୍ଦ୍ରାପଡାରୁ ୧୧୦, କେନ୍ଦୁଝରରୁ ୭୦, ଖୋର୍ଦ୍ଧାରୁ ୫୮୨, କୋରାପୁଟରୁ ୭୬, ମାଲକାନଗିରିରୁ ୭୩, ମୟୂରଭଞ୍ଜରୁ ୧୫୮, ନବରଙ୍ଗପୁରରୁ ୪୩, ନୟାଗଡ଼ରୁ ୧୬୦, ନୂଆପଡାରୁ ୬, ପୁରୀରୁ ୨୧୫, ରାୟଗଡାରୁ ୭୭, ସମ୍ବଲପୁରରୁ ୨୮, ସୋନପୁରରୁ ୧୬, ସୁନ୍ଦରଗଡରୁ ୩୭ ଓ ଷ୍ଟେଟ ପୁଲରୁ ୯୫ ଜଣ ପଜିଟିଭ ରହିଛନ୍ତି।

ସେହିପରି ଆଜିର ନୂତ ସଂକ୍ରମିତଙ୍କୁ ମିଶାଇ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯,୦୦,୪୭୦କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୮,୬୩,୮୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୩୨,୭୦୬ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି।