ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କମୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୩୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରେ ୧୯୭ ଜଣ ସଂଗରୋଧ କେନ୍ଦ୍ରର ଓ ୧୪୬ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡ଼ିଛି। ଏନେଇ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏଥିସହିତ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨୨ ହଜାର ୬୪୨ରେ ପହଞ୍ଚିଛି। ଏଥିରୁ ବର୍ତ୍ତମାନ ସୁଦ୍ଧା ୩ ଲକ୍ଷ ୧୭ ହଜାର ୪୧୨ ଜଣ ସୁସ୍ଥ ହୋଇସାରିଛନ୍ତି। ସେହିପରି ୩,୩୮୩ ଜଣ ଚିକିତ୍ସାଧୀନ ରହିଛନ୍ତି।
ତେବେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ସଂକ୍ରମିତଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୪୧ ଜଣ ରହିଛନ୍ତି।
Covid-19 Report For 9th December
New Positive Cases: 343
In quarantine: 197
Local contacts: 146(Details of local contacts will be shared by concerned District Administration)
District Wise Cases:
1. Angul: 32
2. Balasore: 17
3. Bargarh: 18
4. Bhadrak: 4
5. Balangir: 19— I & PR Department, Odisha (@IPR_Odisha) December 10, 2020