କରୋନାରେ ଆଖି ବୁଜିଲେ ଆଉ ୩୫

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ଯୋଗୁ ଆଉ ୩୫ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୨,୬୮୬ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ପ୍ରାଣ ହରାଇଥିବା କରୋନା ରୋଗୀଙ୍କ ମଧ୍ୟରେ ଅନୁଗୁଳରୁ ସର୍ବାଧିକ ୫, କଳାହାଣ୍ଡି ଓ ରାୟଗଡ଼ାରୁ ୪ ଲେଖାଏଁ, ନବରଙ୍ଗପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ଖୋର୍ଦ୍ଧାରୁ ୩ ଲେଖାଏଁ, ବୌଦ୍ଧ, ଜଗତସିଂହପୁର ଓ କୋରାପୁଟରୁ ୨ ଲେଖାଏଁ, କଟକ, ମାଲକାନଗିରି, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।