କରୋନା ନେଲା ଆଉ ୩୫ ଜୀବନ: ସଂଖ୍ୟା ୨,୭୫୪କୁ ବୃଦ୍ଧି

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ଯୋଗୁ ଆଉ ୩୫ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୨,୭୫୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ପ୍ରାଣ ହରାଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ସର୍ବାଧିକ ୫, କଟକ, କଳାହାଣ୍ଡି, ନବରଙ୍ଗପୁର, ସୁବର୍ଣ୍ଣପୁର, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧାରୁ ୩ ଲେଖାଏଁ, ଦେବଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରୁ ୨ ଲେଖାଏଁ, ନୟାଗଡ଼ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ କରୋନା ବ୍ୟତୀତ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ।