ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ଯୋଗୁ ଆଉ ୩୫ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୨,୫୮୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ପ୍ରାଣ ହରାଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ସର୍ବାଧିକ ୫, ସୁନ୍ଦରଗଡ଼, ଭୁବନେଶ୍ୱର ଓ ନବରଙ୍ଗପୁରରୁ ୪ ଲେଖାଏଁ, କେନ୍ଦ୍ରାପଡ଼ା ୩, ଝାରସୁଗୁଡ଼ା, କଳାହାଣ୍ଡି, କୋରାପୁଟ ଓ ନୟାଗଡ଼ରୁ ୨ ଲେଖାଏଁ, ଭଦ୍ରକ, ବୌଦ୍ଧ, କଟକ, ଗଞ୍ଜାମ, ଜଗତସିଂହପୁର, କେଉଁଝର, ଖୋର୍ଦ୍ଧା ଓ ରାୟଗଡ଼ାରୁ ଜଣେ ଲେଖାଏଁ ରହିଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ କରୋନା ବ୍ୟତୀତ ମଧୁମେହ ଓ ଉଚ୍ଚ ଓ ରକ୍ତଚାପରେ ପୀଡ଼ିତ ଥିଲେ।