ରାଜ୍ୟରେ ଚିହ୍ନଟ ହେଲେ ୩୫୭୭ ଜଣ ନୂଆ କରୋନା ସଂକ୍ରମିତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଦ୍ୱିତୀୟ ଲହର ବର୍ତ୍ତମାନ ଧୀର ଧୀରେ କମୁଥିବାବେଳେ ତୃତୀୟ ଲହରର ଭୟ ପୁଣି ସଙ୍କଟକୁ ଡାକି ଆଣିବା ଭଳି ପରିସ୍ଥିତିକୁ ସୂଚାଉଛି। ଏହି ପରିପ୍ରେକ୍ଷୀରେ ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୫୭୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ସୂଚନା ଦେଇଛି। ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୦୩୯ ଜଣ ରହିଥିବାବେଳେ ୧୫୩୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି।

ଆଜି ଅନୁଗୁଳରୁ ୧୨୭, ବାଲେଶ୍ୱରରୁ ୨୦୫, ବରଗଡରୁ ୫୧, ଭଦ୍ରକରୁ ୧୮୬, ବଲାଙ୍ଗିରରୁ ୩୬, ବୌଦ୍ଧରୁ ୫୯, କଟକରୁ ୪୦୭, ଦେବଗଡରୁ ୧୨, ଢେଙ୍କାନାଳରୁ ୯୬, ଗଜପତିରୁ ୨୯, ଗଞ୍ଜାମରୁ ୨୭, ଜଗତସିଂହପୁରରୁ ୧୦୩, ଯାଜପୁରରୁ ୭୭, ଝାରସୁଗୁଡାରୁ ୧୩, କଳାହାଣ୍ଡିରୁ ୪୧, କନ୍ଧମାଳରୁ ୪୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି କେନ୍ଦ୍ରାପଡାରୁ ୧୪୧, କେନ୍ଦୁଝରରୁ ୬୧, ଖୋର୍ଦ୍ଧାରୁ ୫୭୧, କୋରାପୁଟରୁ ୫୯, ମାଲକାନଗିରିରୁ ୮୬, ମୟୂରଭଞ୍ଜରୁ ୧୮୭, ନବରଙ୍ଗପୁରରୁ ୫୭, ନୟାଗଡ଼ରୁ ୧୧୪, ନୂଆପଡାରୁ ୧୯, ପୁରୀରୁ ୨୩୭, ରାୟଗଡାରୁ ୮୮, ସମ୍ବଲପୁରରୁ ୩୧, ସୋନପୁରରୁ ୨୯, ସୁନ୍ଦରଗଡରୁ ୪୩ ଓ ଷ୍ଟେଟ ପୁଲରୁ ୮୪ ଜଣ ସଂକ୍ରମିତ ରହିଛନ୍ତି।

ଆଜିର ନୂଆ ସଂକ୍ରମିତଙ୍କୁ ମିଶାଇ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮,୭୭,୫୦୨କୁ ବୃଦ୍ଧି ପାଇଛି। ସେଥିରୁ ୮,୩୫,୧୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୩୮,୭୨୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି। ବର୍ତ୍ତମାନ ସୁଦ୍ଧା ୧,୩୦,୯୫,୧୯୯ ଜଣଙ୍କର କରୋନା ନମୁନା ସଂଗ୍ରହ କରାଯାଇଛି।