ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ପୁଣି ୩୬ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳରୁ ୧୯ଜଣ, ବ୍ରଜରାଜନଗର ପୌରାଞ୍ଚଳରୁ ୫ଜଣ, କୋଲାବିରା, କର୍ମିରା ଓ ଝାରାସୁଗୁଡ଼ା ବ୍ଲକରୁ ୩ଜଣ ଲେଖାଏଁ ଓ ଲଖନପୁର ବ୍ଲକରୁ ଜଣେ ରହିଛନ୍ତି। ଏହି ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଗୃହ ସଙ୍ଗରୋଧରେ ଥିବାବେଳେ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଜିଲ୍ଲାର ଆଉ ୨ଜଣ ବାହାର ଜିଲ୍ଲାରେ ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।
ପ୍ରକାଶଯୋଗ୍ୟ, ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬,୬୭୬କୁ ବୃଦ୍ଧି ପାଇଥିବାବେଳେ ୬,୪୬୩ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୬ ଜଣଙ୍କ ଚିକିତ୍ସା ଜାରି ରହିଛି। ସେହିପରି ଜିଲ୍ଲାରେ ୧୭ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି।