ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରେ ୩୬୨ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୭୬ଜଣ ଓ ସ୍ଥାନୀୟ ସଂକ୍ରମଣ ୨୮୬ଜଣ ରହିଛନ୍ତି। ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରୁ ଏକ ଘରୋଇ ହସ୍ପିଟାଲର ୧୮ଜଣ କର୍ମଚାରୀଙ୍କ ସହ ୧୦ ଜଣ ପୁଲିସ କର୍ମଚାରୀ ରହିଛନ୍ତି। ଏଥିସହିତ ୪୦୬ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।
