ରାଜ୍ୟରେ ଦିନକରେ ଚିହ୍ନଟ ହେଲେ ୩୬୪ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଦୈନିକ କରୋନା ସଂକ୍ରମଣରେ ଏବେ ବି ସୁଧାର ଆସିନାହିଁ। ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୩୬୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୨୧୦ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୫୪ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ସେହିପରି ସର୍ବାଧିକ ସୁନ୍ଦରଗଡ଼ରୁ ୬୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନା ଅନୁସାରେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬୭ ଲକ୍ଷ ୫୨୪ଟି କରୋନା ଟେଷ୍ଟ କରାଯାଇଥିବା ବେଳେ ସେଥିରୁ ୩ ଲକ୍ଷ ୨୭ ହଜାର ୨୭୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ୩ ଲକ୍ଷ ୨୨ ହଜାର ୩୪୪ ଜଣ ସୁସ୍ଥ ହୋଇସାରିଥିବା ବେଳେ ୩ ହଜାର ୩୬ ଜଣ ଚିକିତ୍ସାଧୀନ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।