ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଉ ୩୭ଜଣ କରୋନା ଯୋଗୁ ପ୍ରାଣ ହରାଇଛନ୍ତି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୨,୭୯୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ପ୍ରାଣ ହରାଇଥିବା କରୋନା ରୋଗୀଙ୍କ ମଧ୍ୟରେ ଅନୁଗୁଳରୁ ସର୍ବାଧିକ ୫, କଟକ ଓ କଳାହାଣ୍ଡିରୁ ୪ ଲେଖାଏଁ, ଝାରସୁଗୁଡ଼ା, ଖୋର୍ଦ୍ଧା, ନବରଙ୍ଗପୁର ଓ ସୁନ୍ଦରଗଡ଼ରୁ ୩ ଲେଖାଏଁ, କେନ୍ଦ୍ରାପଡ଼ା, ନୂଆପଡ଼ା, ରାୟଗଡ଼ା ଓ ସୁବର୍ଣ୍ଣପୁରରୁ ୨ ଲେଖାଏଁ, ବଲାଙ୍ଗିର, ଗଞ୍ଜାମ, ଗଜପତି ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ କରୋନା ବ୍ୟତୀତ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ।