ରାଜଧାନୀରୁ ୩୭ ଆକ୍ରାନ୍ତ : ୨୯ ସୁସ୍ଥ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜଧାନୀରୁ ୩୭ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫ଜଣ ଓ ସ୍ଥାନୀୟ ସଂକ୍ରମଣ ୨୨ଜଣ ରହିଛନ୍ତି। ଅନ୍ୟପଟେ ୨୯ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଆଜିର ୩୭ଜଣଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୨୩୬କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩୦ ହଜାର ୬୪୫ ଜଣ ସୁସ୍ଥ ହୋଇଛନ୍ତି,୨୩୦ ଜଣଙ୍କର ମୃତ୍ୟୁ ଘଟିଛି ଓ ୩୪୦ ଜଣଙ୍କ ଚିକିତ୍ସା ଜାରି ରହିଛି।