ରାଜ୍ୟରେ ୨୪ ଘଣ୍ଟାରେ ଆଉ ୩୭୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ସଂକ୍ରମଣର ପ୍ରଭାବ କମିଛି। ଗତ କିଛିଦିନ ହେବ ଦୈନିକ କରୋନା ସଂକ୍ରମଣ ୪ ଶହ ଭିତରେ ରହୁଛି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସୂଚନା ଅନୁସାରେ ଆଜି ରାଜ୍ୟରେ ୩୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୧୪ ଜଣ ସଂଗରୋଧ କେନ୍ଦ୍ରର ଓ ୧୫୮ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି।

ଏଥିସହିତ ରାଜ୍ୟରେ ମୋଟ କରୋନା ସଂକ୍ରମଣ ହାର ୩ ଲକ୍ଷ ୨୬ ହଜାର ୨୩୩ରେ ପହଞ୍ଚିଛି। ସେଥିରୁ ୩ ହଜାର ୩୫ ଜଣ ଚିକିତ୍ସାଧୀନ ରହିଛନ୍ତି ଓ ୩ ଲକ୍ଷ ୨୧ ହଜାର ୩୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।