ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ଆଜି ଆଉ ୩୭୫ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୭୫ଜଣ ଓ ସ୍ଥାନୀୟ ସଂକ୍ରମଣ ୩୦୦ଜଣ ରହିଛନ୍ତି। ଅନ୍ୟପଟେ ୩୮୪ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୭ହଜାର ୬୪୯ ହୋଇଥିବାବେଳେ ୮୫ହଜାର ୭୩୭ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୪୧୫ ଜଣଙ୍କର ମୃତ୍ୟୁ ଘଟିଛି ଓ ୧୪୭୬ଜଣ ଚିକିତ୍ସିତ ହେଉଛନ୍ତି।