ରାଜ୍ୟରେ ୩,୭୭୭ ନୂଆ କରୋନା ପଜିଟିଭ ଚିହ୍ନଟ: ୧୧ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଉ ୩,୭୭୭ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୨,୧୯୧ ଜଣ ଓ ସ୍ଥାନୀୟ ସଂକ୍ରମଣ ୧,୫୮୬ ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୪୬ ହଜାର ୮୯୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୮୧୫, କଟକରୁ ୩୬୮, ପୁରୀରୁ ୨୩୭, ସୁନ୍ଦରଗଡ଼ରୁ ୧୪୮, କେନ୍ଦ୍ରାପଡ଼ାରୁ ୧୪୮, ବରଗଡ଼ରୁ ୧୩୯, ଯାଜପୁରରୁ ୧୩୩, ବାଲେଶ୍ୱରରୁ ୧୨୭, ସମ୍ବଲପୁରରୁ ୧୧୨, ନବରଙ୍ଗପୁରରୁ ୧୦୭ ଓ ଅନୁଗୁଳ ଜିଲ୍ଲାରୁ ୧୧୫ଜଣ ରହିଛନ୍ତି।

ଅନ୍ୟପଟେ ୧୧ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ସେଥିମଧ୍ୟରୁ କଟକରୁ ସର୍ବାଧିକ ୩, ଖୋର୍ଦ୍ଧାରୁ ୨, ବଲାଙ୍ଗିର, ଯାଜପୁର, କନ୍ଧମାଳ, କେନ୍ଦୁଝର, ନୟାଗଡ଼ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୬୧୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୩ ଲକ୍ଷ ୭୪ ହଜାର ୬୨୦ କରୋନା ଟେଷ୍ଟ ହୋଇଥିବାବେଳେ ୧ଲକ୍ଷ ୪୬ ହଜାର ୮୯୪ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ସେଥିମଧ୍ୟରୁ ୧ଲକ୍ଷ ୧୨ ହଜାର ୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୬୧୬ ଜଣଙ୍କର ମୃତ୍ୟୁ ଘଟିଛି। ଆଉ ୩୪ ହଜାର ୧୬୩ ଜଣ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।