ରାଜଧାନୀରୁ ୩୮ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରେ ଆଜି ୩୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨୬୫୬ରେ ପହଞ୍ଚିଛି। ଏଥିମଧ୍ୟରୁ ୨୫୦ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪୨୭ଟି ଆକ୍ଟିଭ କେଶ ରହିଛି।

ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ୧୩ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୨୫ ଜଣ ସ୍ଥାନୀୟବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ଅନ୍ୟପକ୍ଷରେ ଆଜି ୧୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।