ଦିନକରେ ରାଜ୍ୟରେ ଚିହ୍ନଟ ହେଲେ ୩୮୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଏଣିକି କରୋନା ସଂକ୍ରମଣ କମିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨୨ ହଜାର ୨୯୯ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସୂଚନା ଜାରି କରାଯାଇଛି।

ଏହି ସୂଚନା ଅନୁସାରେ ଖୋର୍ଦ୍ଧାରୁ ସର୍ବାଧିକ ୫୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୪୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏଥିସହିତ ରାଜ୍ୟରେ ବର୍ତ୍ତମାନ ୩ ହଜାର ୪୮୭ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଗତକାଲି ରାଜ୍ୟରୁ ୫୨୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ମୋଟ ସୁସ୍ଥଙ୍କ ସଂଖ୍ୟା ୩ ଲକ୍ଷ ୧୬ ହଜାର ୯୭୦ରେ ପହଞ୍ଚିଛି।