ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦ୍ୱାରା ଦିଆଯାଇଥିବା ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟାରେ ୩୮୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ଏହି ଆକ୍ରାନ୍ତଙ୍କ ମଧ୍ୟରେ ୨୨୦ ଜଣ ସଂଗରୋଧ କେନ୍ଦ୍ରର ହୋଇଥିବା ବେଳେ ୧୬୭ ଜଣ ସ୍ଥାନୀୟ ଅଞ୍ଚଳ ଥିବା ଜଣାପଡ଼ିଛି। ଏଥିସହିତ ରାଜ୍ୟରେ ମୋଟ କରୋନା ସଂକ୍ରମଣ ସଂଖ୍ୟା ୩ ଲକ୍ଷ ୨୩ ହଜାର ୨୯ରେ ପହଞ୍ଚିଛି।
ତେବେ ସମୁଦାୟ କରୋନା ସଂକ୍ରମଣ ଭିତରୁ ବର୍ତ୍ତମାନ ରାଜ୍ୟରେ ୩ ହଜାର ୩୦୮ ଜଣ ଚିକିତ୍ସିତ ହେଉଥିବାବେଳେ ୩ ଲକ୍ଷ ୧୭ ହଜାର ୮୭୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଅନ୍ୟପକ୍ଷରେ ଆଜି ରାଜ୍ୟରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୫୮ ଜଣ ରହିଛନ୍ତି। ସେହିପରି ଖୋର୍ଦ୍ଧାରୁ ୫୧ ଜଣ ଚିହ୍ନଟ ହୋଇଛନ୍ତି।
Covid-19 Report For 10th December
New Positive Cases: 387
In quarantine: 220
Local contacts: 167(Details of local contacts will be shared by concerned District Administration)
District Wise Cases:
1. Angul: 27
2. Balasore: 16
3. Bargarh: 17
4. Bhadrak: 21
5. Balangir: 16— I & PR Department, Odisha (@IPR_Odisha) December 11, 2020