ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ ଗତକାଲି ତୁଳନାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ହୋଇଛି। ୨୪ ଘଣ୍ଟାରେ ୩୮, ୭୭୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ୪୪୩ ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଫଳରେ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୭ ହଜାର ୧୩୯ରେ ପହଞ୍ଚିଛି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୪ ଲକ୍ଷ ୩୧ ହଜାର ୬୯୨କୁ ବୃଦ୍ଧି ପାଇଛି। ୪ଲକ୍ଷ ୪୬ ହଜାର ୯୫୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୮୮ ଲକ୍ଷ ୪୭ ହଜାର ୪୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।