ଆଜି ଆଉ ୩୯ କରୋନା ରୋଗୀ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଜି କରୋନା ଯୋଗୁ ଆଉ ୩୯ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୩,୪୭୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ପ୍ରାଣ ହରାଇଥିବା କରୋନା ରୋଗୀଙ୍କ ମଧ୍ୟରେ ପୁରୀ, ସୁନ୍ଦରଗଡ଼, ଭୁବନେଶ୍ୱର, ଝାରସୁଗୁଡ଼ା ଓ କଟକରୁ ୪ ଲେଖାଏଁ, ବୌଦ୍ଧ, ସୁବର୍ଣ୍ଣପୁର ଓ ଖୋର୍ଦ୍ଧାରୁ ୨ ଲେଖାଏଁ, ଜଗତସିଂହପୁର, କଳାହାଣ୍ଡି ଓ ଗଞ୍ଜାମରୁ ୩ ଲେଖାଏଁ, ବରଗଡ଼,ଢେଙ୍କାନାଳ, ନବରଙ୍ଗପୁର ଓ ନୂଆପଡ଼ାରୁ ଜଣେ ଲେଖାଏଁ ରହିଛନ୍ତି। ସମ୍ପୃକ୍ତ ମୃତକ କରୋନା ବ୍ୟତୀତ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ।