ରାଜ୍ୟରେ ଆଜି ଆଉ ୩୯ କରୋନା ରୋଗୀ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ଦିନକୁ ଦିନ ହ୍ରାସ ପାଉଥିବାବେଳେ ଆଜି ଦୈନିକ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ହୋଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ଗତ ୨୪ ଘଣ୍ଟାରେ ଆଉ ୩୯ ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି। ଏଥିସହିତ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨,୯୧୨ରେ ପହଞ୍ଚିଛି।

ସଦ୍ୟ କରୋନା ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୬ ଜଣ, ଅନୁଗୁଳ, ଝାରସୁଗୁଡ଼ା, କଳାହାଣ୍ଡି, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ ଏବଂ ବୌଦ୍ଧ, କଟକ, ଦେବଗଡ଼, ଗଜପତି, ଗଞ୍ଜାମ ଓ ପୁରୀରୁ ୨ ଜଣ ଲେଖାଏଁ ରହିଛନ୍ତି। ସେହିପରି ବଲାଙ୍ଗିର, ଢ଼େଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।