ଝାରସୁଗୁଡ଼ାରୁ ପୁଣି ୩୯ କରୋନା ପଜିିଟିଭ ଚିହ୍ନଟ

ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ପୁଣି ୩୯ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ଝାରସୁଗୁଡ଼ା ପୌରପରିଷଦ ଅଂଚଳରୁ ୨୦ଜଣ, ବ୍ରଜରାଜନଗର ପୌରପରିଷଦ ଅଂଚଳରୁ ୮ଜଣ, ଝାରସୁଗଡ଼ା ବ୍ଲକରୁ ୩ଜଣ, କର୍ମିରା ବ୍ଲକ ଅଂଚଳରୁ ୨ଜଣ, ଲଇକେରା ଓ କୋଲାବିରା ବ୍ଲକ ଅଂଚଳରୁ ଜଣେ ଲେଖାଏଁ ରହିଛନ୍ତି। ଏହି ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି। ସେହିପରି ଜିଲ୍ଲାର ଆଉ ୪ଜଣ ବ୍ୟକ୍ତି ବାହାର ଜିଲ୍ଲାରେ ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ସୂଚନାଯୋଗ୍ୟ ଯେ, ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୬,୪୭୦କୁ ପହଂଚିଥିବାବେଳେ ୬,୨୮୩ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୨ ଜଣଙ୍କ ଚିକିତ୍ସା ଜାରି ରହିଛି। ସେହିପରି ଜିଲ୍ଲାରେ ୧୫ ଜଣ କରୋନାରେ ପ୍ରାଣ ହରାଇଥିବା ଜଣାପଡ଼ିିଛି।