ରାଜ୍ୟରେ ଆଉ ୪ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୫୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୪ ମୃତକଙ୍କ ମଧ୍ୟରୁ ଜଗତସିଂହପୁର, କେନ୍ଦ୍ରାପଡା, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୫୫୦୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୩୯ଟି ଆକ୍ଟିଭ କେସ ରହିଥିବା ବେଳେ ୩୨୦୫୮୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୮୨୯ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି।