ରାଜ୍ୟରେ କୋଭିଡ୍ ନେଲା ଆଉ ୪ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ୫୯୩ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୨୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଛନ୍ତି।