ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୭୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୪ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୩୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏହି ୪ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ମାଲକାନଗିରି, ସମ୍ବଲପୁର, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।