ରାଜ୍ୟରେ ୪ ଲକ୍ଷ ପାର ହେଲା ମୋଟ କରୋନା ସଂକ୍ରମଣ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଦୈନନ୍ଦିନ ରେକର୍ଡ ଭାଙ୍ଗୁଛି କରୋନା ସଂକ୍ରମଣ। ଏହି ମଧ୍ୟରେ ଆଜି ରାଜ୍ୟରେ ମୋଟ ସଂକ୍ରମଣ ସଂଖ୍ୟା ୪ ଲକ୍ଷ ପାର ହୋଇଛି। ଏଥି ସହିତ ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୬୪୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହି ସଂକ୍ରମିତଙ୍କ ମଧ୍ୟରେ ୩୮୫୫ ଜଣ କ୍ୱାରେଣ୍ଟାଇନ କେନ୍ଦ୍ରର ଓ ୨୭୯୨ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜଣାପଡ଼ିଛି।

ତେବେ ଏହି ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ପୁଣି ସର୍ବାଧିକ ୧୧୮୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୧୪୧, ବାଲେଶ୍ୱରରୁ ୫୩, ବରଗଡ଼ରୁ ୨୯୦, ଭଦ୍ରକରୁ ୪୧, ବଲାଙ୍ଗିରରୁ ୨୩୪ ଜଣ, ବୌଦ୍ଧରୁ ୩୯, କଟକରୁ ୩୩୬, ଦେବଗଡ଼ରୁ ୩୪, ଢ଼େଙ୍କାନାଳରୁ ୩୪ ଜଣ, ଗଜପତିରୁ ୯୬, ଗଞ୍ଜାମରୁ ୧୬୧, ଜଗତସିଂହପୁରରୁ ୬୫, ଯାଜପୁରରୁ ୧୩୩, ଝାରସୁଗୁଡ଼ାରୁ ୩୪୩, କଳାହାଣ୍ଡିରୁ ୩୬୧, କନ୍ଧମାଳରୁ ୨୬, କେନ୍ଦ୍ରାପଡ଼ାରୁ ୪୭, କେନ୍ଦୁଝରରୁ ୧୮୩, କୋରାପୁଟରୁ ୬୭, ମାଲକାନଗିରିରୁ ୧୭, ମୟୂରଭଞ୍ଜରୁ ୧୨୨, ନବରଙ୍ଗପୁରରୁ ୨୨୪, ନୟାଗଡ଼ରୁ ୧୧୦, ନୂଆପଡ଼ାରୁ ୫୫୯, ପୁରୀରୁ ୩୯୫, ରାୟଗଡ଼ାରୁ ୧୧୬, ସମ୍ବଲପୁରରୁ ୧୭୫, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୭୮୮ ଓ ଷ୍ଟେଟପୁଲରୁ ୨୬୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏଥିସହିତ ରାଜ୍ୟରେ ମୋଟ କରୋନା ସଂକ୍ରମଣ ସଂଖ୍ୟା ୪ ଲକ୍ଷ ୧ ହଜାର ୩୪୧ରେ ପହଞ୍ଚିଛି। ସେଥିରୁ ୩ ଲକ୍ଷ ୫୬ ହଜାର ୩ ଜଣ ସୁସ୍ଥ ହୋଇଛନ୍ତି ଓ ୪୩ ହଜାର ୩୦୪ ଜଣ ଚିକିତ୍ସାଧୀନ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସୂଚନା ଦିଆଯାଇଛି।