ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଜି କରୋନା ମୃତ୍ୟୁ ହାର ହ୍ରାସ ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା। ଆଜିର ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୧୭୩୪ କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱର, ଭୁବନେଶ୍ୱର, ଖୋର୍ଦ୍ଧା ଓ ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ରୋଗୀଙ୍କର ମୃତ୍ୟୁ ଘଟିଛି।